ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା ପୱାର

0

ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି ଅଜିତ ପୱାରଙ୍କ ପତ୍ନୀ ସୁନେତ୍ରା ପୱାର। ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ସୁନେତ୍ର ପୱାର ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି, ଏବେ ମହାରାଷ୍ଟ୍ର ବିଧାନସଭାରେ ପହଞ୍ଚିଛନ୍ତି। ଆଜି ସନ୍ଧ୍ୟା ୫ଟାରେ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ।

ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରିବାକୁ ଏନ୍‌ସିପି(ଅଜିତ)ପକ୍ଷରୁ ଜୋର୍‌ଦାର୍‌ ଦାବି କରାଯାଇଥିଲା। ଶୁକ୍ରବାର ଦଳର ୩ ବରିଷ୍ଠ ନେତା ଛଗନ୍‌ ଭୁଜବଳ, ପ୍ରଫୁଲ ପଟେଲ ଏବଂ ସୁନୀଲ ତଟକରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କୁ ତାଙ୍କ ବାସଭବନରେ ଭେଟି ଏ ସମ୍ପର୍କରେ ଦାବି ଜଣାଇଥିଲେ। ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦେବାକୁ ମଧ୍ୟ ସେମାନେ କହିଥିଲେ।

ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରିବାକୁ ଏନ୍‌ସିପି(ଅଜିତ)ପକ୍ଷରୁ ଜୋର୍‌ଦାର୍‌ ଦାବି କରାଯାଇଥିଲା। ଶୁକ୍ରବାର ଦଳର ୩ ବରିଷ୍ଠ ନେତା ଛଗନ୍‌ ଭୁଜବଳ, ପ୍ରଫୁଲ ପଟେଲ ଏବଂ ସୁନୀଲ ତଟକରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କୁ ତାଙ୍କ ବାସଭବନରେ ଭେଟି ଏ ସମ୍ପର୍କରେ ଦାବି ଜଣାଇଥିଲେ। ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦେବାକୁ ମଧ୍ୟ ସେମାନେ କହିଥିଲେ। ଅଜିତ ପାଓ୍ବାର ମହାୟୁତି ମେଣ୍ଟ ସରକାରରେ ଉପମୁଖ୍ୟମନ୍ତ୍ରୀ ରହିବା ସହିତ ତାଙ୍କ ହାତରେ ଅର୍ଥ, ଅବକାରୀ ଏବଂ କ୍ରୀଡ଼ା ଆଦି ପ୍ରମୁଖ ବିଭାଗର ଦାୟିତ୍ୱ ରହିଥିଲା। ସେହି ଅନୁସାରେ ସୁନେତ୍ରାଙ୍କୁ ଦାୟିତ୍ୱ ଦେବାକୁ ଏହି ନେତାମାନେ ଫଡ୍‌ନବିସଙ୍କ ନିକଟରେ ଦାବି କରିଥିଲେ। ସୁନେତ୍ରାଙ୍କୁ ନେଇ ତାଙ୍କ ଦଳ ଯେଉଁ ନିଷ୍ପତ୍ତି ନେବ ତାହାକୁ ସମ୍ମାନର ସହ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଗଣମାଧ୍ୟମକୁ ସୂଚନା ଦେବା ପରେ ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେଉଥିବା ନିଶ୍ଚିତ ହୋଇଯାଇଛି।

Leave A Reply

Your email address will not be published.