ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଖଣ୍ଡଗିରି ମେଳାରୁ ଫେରିବା ବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

0

ଭୁବନେଶ୍ୱର: ଭୁବନେଶ୍ୱରରେ ଶନିବାର ଭୋର ସମୟରେ ଦୁର୍ବୃତ୍ତମାନେ ଖଣ୍ଡାରେ ଜଣେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ଉକ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ଚିଣ୍ଟୁ। ସେ ରାଜଧାନୀର ପାତ୍ରପଡ଼ା ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି।

ଖଣ୍ଡଗିରି ମେଳାରେ ଯାତ୍ରା ପ୍ରଦର୍ଶନ ଦେଖି ଚିଣ୍ଟୁ ଘରକୁ ଫେରୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଏମ୍ସ ଭୁବନେଶ୍ୱର ରାସ୍ତାରେ ପିଛା କରି ଖଣ୍ଡା ସାହାଯ୍ୟରେ ନିର୍ମମ ଆକ୍ରମଣ କରିଥିଲେ। ତେବେ ପୂର୍ବ ଶତ୍ରୁତା ଯୋଗୁଁ ଏହି ମରଣାନ୍ତକ ଆକ୍ରମଣ ହୋଇଥାଇପାରେ। ଯଦିଓ ପ୍ରକୃତ ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ସ୍ଥାନୀୟ ବାସିନ୍ଦା ମାନେ ଯୁବକଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖି ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ୱରକୁ ପଠାଇଥିବା ଜଣାପଡ଼ିଛି। ତେବେ ତାଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଚିହ୍ନଟ ଏବଂ ଗିରଫ କରିବା ପାଇଁ ସ୍ଥାନୀୟ ଅଞ୍ଚଳର ସିସିଟିଭି ଫୁଟେଜ୍ ସ୍କାନ କରୁଛି।

Leave A Reply

Your email address will not be published.