ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବଦଳିବ ମିଶନ ଶକ୍ତି ଡ୍ରେସ୍‌ କୋଡ୍‌, ମିଳିବ ସ୍ମାର୍ଟ ଫୋନ୍

0

ନ୍ୟୁଜ୍ ବ୍ୟୁରୋ: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି। ନୂଆ ରୂପ ପାଇବ ମିଶନ ଶକ୍ତି। ବଦଳିବ ଡ୍ରେସ୍ କୋଡ୍। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍ କୋଡ୍। ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍‌ ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା ଶାଢୀରେ ଓଡ଼ିଆ ଅସ୍ମିତାର ଝଲକ ରହିବ ବୋଲି ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରନ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କିଛି ବଡ଼ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ। ମହିଳା ସଶକ୍ତିକରଣ ଏବଂ ମାଆ ମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରୁଛି ବୋଲି କହିଛନ୍ତି।

Leave A Reply

Your email address will not be published.