ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା

0

ଗଞ୍ଜାମ: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା। ଆଜି ଗଞ୍ଜାମ ଜିଲ୍ଲା ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ବିବାହ ମଣ୍ଡପରେ ପ୍ରାୟ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ଏହି ଅବସରରେ କନ୍ୟାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ୪୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପଠାଯାଇଛି।

ତେବେ ଏହି ଯୋଜନା ନିମନ୍ତେ ବରର ବୟସ ସୀମା ୧୮ ରୁ ୩୫ ବର୍ଷ ଭିତରେ ଥିବା ବେଳେ କନ୍ୟାର ବୟସ ୨୧ ରୁ ୩୫ ବର୍ଷ ହେବା ଦରକାର। ଲାଭାର୍ଥୀଙ୍କୁ ୬୦ ହଜାର ଲେଖାଏଁ ଦିଆଯିବ। ବିବାହର ସବୁ ଖର୍ଚ୍ଚ ସରକାର ବହନ କରିବେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ହିସାବରେ ନୁହେଁ, ମୁଁ ଜଣେ ପିତା ଏବଂ ଭାଇ ହିସାବରେ ଏଠାରେ ଉପସ୍ଥିତ ରହି ବିବାହ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ କରିବା ସରକାରଙ୍କ ସୌଭାଗ୍ୟ। ମହିଳାଙ୍କ ବିକାଶ ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ମହିଳାଙ୍କୁ ସମ୍ମାନ, ସାମାଜିକ ସୁରକ୍ଷା, ଯୌତୁକ ପ୍ରଥାକୁ ଲୋପ କରିବାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି। ଆମର ଏହି ପ୍ରୟାସ କେବଳ ଆର୍ଥିକ ସହାୟତା ମଧ୍ୟରେ ସୀମିତ ନୁହେଁ। କନ୍ୟାଙ୍କ ପ୍ରତି ସମ୍ମାନଜନକ ଦୃଷ୍ଟିକୋଣ ସୃଷ୍ଟିରେ ବଡ଼ ଭୂମିକା ଗ୍ରହଣ କରିବ। ଝିଅଙ୍କୁ ସମ୍ମାନ ଓ ସ୍ୱାଭିମାନର ସହ ନୂଆ ଜୀବନ ପ୍ରଦାନ ଆମର ଲକ୍ଷ୍ୟ।

ରାଜ୍ୟର ସବୁ ଜିଲ୍ଲାକୁ ଏହି ଯୋଜନାରେ ସାମିଲ କରାଯିବ। ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ଏଥିରେ ସାମିଲ କରାଯିବ। ସେମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରାଯିବ। କନ୍ୟା ବିବାହ ଯୋଜନାରେ ସିଧାସଳଖ ସେମାନଙ୍କ ଆକାଉଣ୍ଟକୁ ୪୫ହଜାର ଟଙ୍କା ପଠା ଯିବ। ଏହା କେନ୍ଦ୍ର ସରକାରଙ୍କ ‘ବେଟି ବଞ୍ଚାଓ, ବେଟି ପଢ଼ାଓ’ ଯୋଜନାର ଏକ ନିଦର୍ଶନ।

Leave A Reply

Your email address will not be published.