ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ପ୍ରଶାସନିକ ପଡ଼ିଆଠାରେ ଅବତରଣ କରି ସେଠାରୁ ସିଧା ମା’ ବିରଜାଙ୍କ ଦର୍ଶନ କରିଛନ୍ତି। ମୁଣ୍ଡରେ ଓଢଣା ଦେଇ ସମ୍ପୂର୍ଣ୍ଣ ପାରମ୍ପରିକ ଓଡ଼ିଆ ଢଙ୍ଗରେ ସେ ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଏହାପରେ ନାଭିଗୟାଠାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଥିଲେ। ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା କରା ଯାଇଥିଲା। ଯାଜପୁର ଗସ୍ତ ସମୟରେ ରାଷ୍ଟ୍ରପତିଙ୍କୁ ଶାନ୍ତିର ପ୍ରତୀକ ବୁଦ୍ଧ ମୂର୍ତ୍ତି ଉପହାର ଭେଟି ଦିଆଯାଇଥିଲା। ଯାଜପୁର ଗସ୍ତ ସାରି ବାଲେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାଲେଶ୍ୱରରେ ଫକୀର ମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ସମାରୋହରେ ସାମିଲ ହୋଇଛନ୍ତି।
ପ୍ରମୁଖ ଖବର
ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍ ରୁଲ୍, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ