ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ରାଜ୍ୟରେ ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ

0

ଭୁବନେଶ୍ବର: ରାଜ୍ୟରେ ଖୁବ୍‌ଶୀଘ୍ର ନୂଆ ଅବକାରୀ ଆଇନ ଲାଗୁ ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଏହି ଆଇନକୁ ଅନୁପାଳନ କରାଯିବ ବୋଲି ସେ କହିଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନକୁ ଆହୁରି ଜୋରଦାର କରାଯିବ। ରାଜ୍ୟରେ ଅବୈଧ ନିଶା କାରବାର ରୋକିବା ପାଇଁ କଠୋର ପଦକ୍ଷେପ ଗ୍ରହଣ କରାଯିବ। ଚଢ଼ାଉ ସମୟରେ ଏନ୍‌ଫୋର୍ସମେଣ୍ଟ ଟିମ୍‌ର କର୍ମଚାରୀମାନେ ବଡି କ୍ୟାମେରା ପିନ୍ଧିବେ। ଏହା ଦ୍ୱାରା ତଦନ୍ତକାରୀ ଅଧିକାରୀମାନେ କୋର୍ଟରେ ଭିଡିଓ ପ୍ରମାଣ ପ୍ରଦର୍ଶନ କରିପାରିବେ। ପ୍ରମାଣ ଅଭାବରୁ ଅଭିଯୁକ୍ତମାନେ ଆଉ ଖସିପାରିବେ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହିତ ଅବକାରୀ କର୍ମଚାରୀ ଓ ଅଧିକାରୀମାନଙ୍କୁ ସଶସ୍ତ୍ର ବାହିନୀର ଦରଜା ଦେବା ପାଇଁ ପ୍ରକ୍ରିୟା ଚାଲିଥିବା ନେଇ ମଧ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.