ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

0

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ୍ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଅକାଳରେ ଚାଲିଗଲା ୪ ଜଣଙ୍କ ଜୀବନ। ଏଥିରେ ଅଜା ଓ ୨ ନାତି ସହ ଜଣେ ସମ୍ପର୍କୀୟ ମୃତ୍ୟୁ ହୋଇଛି। ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକରେ କୌଣସି କାମରେ ଯାଇ ନିଜ ଘରକୁ ଫେରୁଥିବା ବେଳେ ସେମାନଙ୍କୁ ଅଜଣା ଗାଡ଼ି ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୫୫ ବର୍ଷର ଅଜା କ୍ଷୀର ପୁଟେଲ, ୬ ବର୍ଷର ନାତି ଦେବାଶିଷ ଓ ସଂପର୍କୀୟ ଧଅରାଖମନ ଗ୍ରାମର ମୋହନ ପୁଟେଲଙ୍କ ମୃତ୍ୟୁ ହୋଇଛି।

ସଙ୍କଟାପନ୍ନ ଅବସ୍ଥାରେ ୪ ବର୍ଷର ନାତି ଦେବାଶିଷ ପୁଟେଲଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ମୃତ ଘୋଷଣା କରିଥିଲେ ଡାକ୍ତର। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ତୁରେକେଲା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.