ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଫେବୃଆରି ୧୯ରୁ ମାଟ୍ରିକ ପରୀକ୍ଷା

0

ଭୁବନେଶ୍ଵର: ଫେବୃଆରି ୧୯ରୁ ହେବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ରାଜ୍ୟର ୩୦୮୨ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ ସେଣ୍ଟର କରାଯାଇଛି। ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ରୀଛାତ୍ର ଫର୍ମ ଫିଲ୍‌ଅପ୍‌ କରିଛନ୍ତି। ଏପରିକି ସମସ୍ତ ପରୀକ୍ଷା ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିବା ସଭାପତି କହିଛନ୍ତି। ପରୀକ୍ଷା ପରିଚାଳନା ପାଇଁ ବୋର୍ଡର କମାଣ୍ଡ କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା କରାଯାଇଛି। ୧୭ ତାରିଖ ଭିତରେ ପ୍ରଶ୍ନପତ୍ର ସବୁ ନୋଡାଲ ସେଣ୍ଟରରେ ପହଞ୍ଚିବ ବୋଲି ସଭାପତି କହିଛନ୍ତି।

ପରୀକ୍ଷା ସକାଳ ୯ଟାରୁ ସାଢ଼େ ୧୧ଟା ଯାଏ ହେବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ ଦିଆଯିବ । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦିଆଯାଇଛି। ଫେବୃଆରି ୧୯ ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେବେ। ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା, ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ରହିଛି।

Leave A Reply

Your email address will not be published.