ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ହସ୍ପିଟାଲରେ ଭର୍ତ୍ତି ହେଲେ ଏନସିପି ମୁଖ୍ୟ ଶରଦ ପାୱାର

0

ମହାରାଷ୍ଟ୍ର: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଅଚାନକ ବିଗିଡ଼ିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହଲ୍ କ୍ଲିନିକ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ନିଧନ ପରେ ଶରଦ ପାୱାର କିଛି ଦିନ ଧରି ମୁମ୍ବାଇ, ପୁଣେ ଓ ବାରାମତି ମଧ୍ୟରେ ଲଗାତାର ଯାତ୍ରା କରୁଥିଲେ। ଦଳୀୟ କାର୍ଯ୍ୟକ୍ରମ ସହ ଦଳୀୟ କର୍ମୀମାନଙ୍କ ସହ ସାକ୍ଷାତକାର କାରଣରୁ ତାଙ୍କ ଉପରେ ଶାରୀରିକ ଚାପ ବଢ଼ିଥିବା କୁହାଯାଉଛି। ଏହି ସମୟରେ କାଶ ଓ ଅସୁସ୍ଥତା ଯୋଗୁଁ ତାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପଡ଼ିଥିଲା। ହସ୍ପିଟାଲରେ ତାଙ୍କ ସହ ଝିଅ ତଥା ଏନସିପି ସାଂସଦ ସୁପ୍ରିୟା ସୁଲେ ଓ ଜ୍ୱାଇଁ ସଦାନନ୍ଦ ସୁଲେ ଉପସ୍ଥିତ ଅଛନ୍ତି। ବର୍ତ୍ତମାନ ଶରଦ ପାୱାର ଡାକ୍ତରଙ୍କ ତତ୍ତ୍ୱାବଧାନରେ ରହିଛନ୍ତି ଏବଂ ତାଙ୍କ ଚିକିତ୍ସା ଜାରି ରହିଛି।

Leave A Reply

Your email address will not be published.