ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ

0

ଭୁବନେଶ୍ଵର: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ସାତ୍ୟକୀ, କଟକ ଡିସିପିଙ୍କୁ ଭେଟି ନିଜ ପରିବାରର ସୁରକ୍ଷା ଓ ନ୍ୟାୟ ପାଇଁ ଗୁହାରି କରିଛନ୍ତି। ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ ଓଲିଉଡ ଅଭିନେତା ସାତ୍ୟକୀ ମିଶ୍ରଙ୍କୁ ହତ୍ୟା କରିବାକୁ ଧମକ ଆସିଛି। କଟକ ବାଲୁବଜାର ସ୍ଥିତ ପ୍ରତିଷ୍ଠିତ ପୁସ୍ତକ ପ୍ରକାଶନ ସଂସ୍ଥା ‘କଟକ ଷ୍ଟୁଡେଣ୍ଟ ଷ୍ଟୋର’ ର ମାଲିକାନାକୁ ନେଇ ଦୀର୍ଘ ଦିନ ହେବ ପାରିବାରିକ କଳହ ଲାଗି ରହିଛି। ସାତ୍ୟକୀ ମିଶ୍ରଙ୍କ ଅଭିଯୋଗ, ତାଙ୍କର ଦୁଇ ବଡ଼ବାପାଙ୍କ ପୁଅ ସବ୍ୟସାଚୀ ମିଶ୍ର ଓ ସୌମିତ୍ରୀ ମିଶ୍ର ଏ ସଂସ୍ଥାକୁ ବେଆଇନ ଭାବେ ଅକ୍ତିଆର କରିବାକୁ ଚେଷ୍ଟା କରୁଛନ୍ତି।

ଗତ ୬ ତାରିଖ ସନ୍ଧ୍ୟାରେ ଅଭିଯୁକ୍ତମାନେ ସାତ୍ୟକୀଙ୍କ ଘରେ ପଶି ତାଙ୍କର ୮୪ ବର୍ଷୀୟ ବୃଦ୍ଧ ପିତା ନୃସିଂହ ପ୍ରସାଦ ମିଶ୍ରଙ୍କୁ ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏଥିସହ ଘରର ମହିଳାମାନଙ୍କ ପ୍ରତି ମଧ୍ୟ ଅଶୋଭନୀୟ ଆଚରଣ ପ୍ରଦର୍ଶନ କରିଥିଲେ। ପୁରୀଘାଟ ଥାନାରେ ଏତଲା ସତ୍ତ୍ବେ କାର୍ଯ୍ୟାନୁଷ୍ଠାନ ନ ହେବାରୁ ସାତ୍ୟକୀ ଆଜି ଡିସିପିଙ୍କୁ ଭେଟିଛନ୍ତି । ଡିସିପିଙ୍କୁ ଭେଟି ନିଜ ପରିବାରର ସୁରକ୍ଷା ଓ ନ୍ୟାୟ ପାଇଁ ନିବେଦନ କରିଛନ୍ତି।

Leave A Reply

Your email address will not be published.