ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ

0

ନୂଆଦିଲ୍ଲୀ: ଆରମ୍ଭ ହେଲା ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା। ଆଜି ଗଞ୍ଜାମ ଜିଲ୍ଲା ଛତ୍ରପୁରଠାରେ ଏହାର ଶୁଭାରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଛତ୍ରପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଦୁଇଟି ବସ୍‌ ରେ ୭୪ ଜଣ ଶ୍ରଦ୍ଧାଳୁ ପୁରୀ ଯାଇଛନ୍ତି। ଏହି ଯୋଜନାରେ ୬୦ରୁ ୭୫ ବର୍ଷ ବୟସ୍କ ବ୍ୟକ୍ତି ଓ ବିଧବା ମହିଳା ଏହି ଯୋଜନାରେ ସାମିଲ କରାଯାଇଛି।

ଶ୍ରଦ୍ଧାଳୁମାନେ ପୁରୀରେ ପହଞ୍ଚିବା ପରେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ରହଣି ବ୍ୟବସ୍ଥା ଓ ମହାପ୍ରସାଦ ବ୍ୟବସ୍ଥା ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଟିମ୍‌ ମଧ୍ୟ ସେମାନଙ୍କ ସହ ଯିବେ। ଶ୍ରଦ୍ଧାଳୁ ଯେପରି ଶ୍ରଦ୍ଧା ଓ ଶୃଙ୍ଖଳାର ସହ ଦର୍ଶନ କରି ଫେରିବେ ସେହିପରି ବ୍ୟବସ୍ଥା କରାଯାଇଛି। ଏଠାରୁ ଯିବା ପୂର୍ବରୁ ଶ୍ରଦ୍ଧାଳୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଉଛି। ଶ୍ରଦ୍ଧାଳୁମାନେ ପୁରୀରେ ପହଞ୍ଚିବା ପରେ ପୁରୀ ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ସୁବ୍ୟବସ୍ଥା କରାଯିବ।

ଓଡ଼ିଶା ସରକାରଙ୍କ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଗଞ୍ଜାମ ଜିଲ୍ଲାପାଳ ଭି.କୀର୍ତ୍ତି ଭାସନ, ଅତିରିକ୍ତ ଜିଲ୍ଲାପାଳ ଡ. ପ୍ରମୋଦ କୁମାର ପୃଷ୍ଟି, ନୋଡାଲ ଅଫିସର ତଥା ଓଏସ୍‌ଆର୍‌ଟିସି ଜିଏମ୍‌ ସଞ୍ଜୟ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.