ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂତନ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ, ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ, ଏବଂ କ୍ୟାବିନେଟ ସଚିବାଳୟ କୋଠା କମ୍ପ୍ଲେକ୍ସର ନାମ “ସେବା ତୀର୍ଥ”କୁ ଉଦଘାଟନ କରିଛନ୍ତି।
ସେବା ତୀର୍ଥରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ ଏବଂ କ୍ୟାବିନେଟ ସଚିବାଳୟ ରହିଛି। ଯାହା ପୂର୍ବରୁ ବିଭିନ୍ନ ସ୍ଥାନରେ ଅବସ୍ଥିତ ଥିଲା। ଦଶନ୍ଧି ଧରି ଅନେକ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟ ଏବଂ ମନ୍ତ୍ରଣାଳୟ ସେଣ୍ଟ୍ରାଲ ଭିଷ୍ଟା ଅଞ୍ଚଳର ଭିନ୍ନ ଭିନ୍ନ ସ୍ଥାନରେ ଅବସ୍ଥିତ ଥିଲା। ପୁରୁଣା ଭିତ୍ତିଭୂମି ବ୍ୟବହାର କରି ପରିଚାଳିତ ହେଉଥିଲା।

କର୍ତ୍ତବ୍ୟ ଭବନ-୧ ଏବଂ କର୍ତ୍ତବ୍ୟ ଭବନ-୨ ରେ ଅର୍ଥ, ପ୍ରତିରକ୍ଷା. ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, କର୍ପୋରେଟ୍ ବ୍ୟାପାର, ଶିକ୍ଷା, ସଂସ୍କୃତି, ଆଇନ ଏବଂ ନ୍ୟାୟ, ସୂଚନା ଏବଂ ପ୍ରସାରଣ, କୃଷି ଏବଂ କୃଷକ କଲ୍ୟାଣ , ରସାୟନ ଏବଂ ସାର ମନ୍ତ୍ରଣାଳୟ ଏବଂ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ରହିଛି।

Leave A Reply

Your email address will not be published.