ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

0

ସମ୍ବଲପୁର: ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳେ ତାଙ୍କ ବୟସ ୭୯ ବର୍ଷ ଥିଲା। ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ କିଛିଦିନ ଧରି ସ୍ନାୟୁଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ।

ସୂଚନା ଯୋଗ୍ୟ, ରାସେଶ୍ୱରୀ ପାଣିଗ୍ରାହୀ ଗତ ୨୦୧୪ ବିଧାନ ସଭା ନିର୍ବାଚନରେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଜଣେ ଉତ୍ତମ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଭାବେ କେବଳ ସମ୍ବଲପୁର ନୁହେଁ ବରଂ ସମଗ୍ର ଓଡ଼ିଶାରେ ତାଙ୍କର ସୁନାମ ରହିଛି। ବର୍ତ୍ତମାନ ମଧ୍ଯ ସେ ରୋଗୀଙ୍କୁ ସେବା ଯୋଗାଉଥିଲେ। ବୁର୍ଲାସ୍ଥିତ ତତ୍କାଳୀନ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଚିକିତ୍ସା ଓ ମହା ବିଦ୍ଯାଳୟରେ ଏମ୍ବିବିଏସ୍ ପାଠ ପଢ଼ା ଶେଷ କରି ୧୯୭୨ ମସିହାରେ ଓଡ଼ିଶା ସରକାରଙ୍କ ଅଧିନରେ ଜଣେ ଚିକିତ୍ସକ ଭାବେ ଭାବେ ଚାକିରୀ ଜୀବନ ଆରମ୍ଭ କରିଥିଲ। ତାଙ୍କ ପରଲୋକ ସମ୍ବାଦ ପ୍ରଚାରିତ ହେବା ପରେ ସମ୍ବଲପୁର ସହ ସମଗ୍ର ଅଞ୍ଚଳରେ ଶୋକର ଛାୟା ଛାଇଯାଇଛି।

Leave A Reply

Your email address will not be published.