ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି

0

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ୪ର୍ଥ କିସ୍ତି। ସୁଭଦ୍ରା ଟଙ୍କା ମାର୍ଚ୍ଚ ୮ରେ ମିଳିବ। ଆନ୍ତର୍ଜାତିକ ମହିଳା ଦିବସରେ ମହିଳା ପାଇବେ ୫ ହଜାର ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ୧କୋଟିରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଯିବ ମୋଟ ୫ ହଜାର କୋଟି ଟଙ୍କା।

ଏହା ପୂର୍ବରୁ ସୁଭଦ୍ରା ଯୋଜନାରେ ହିତାଧିକାରୀମାନେ ୩ଟି କିସ୍ତିରେ ମୋଟ ୧୫ ହଜାର ଟଙ୍କା ସହାୟତା ରାଶି ପାଇଛନ୍ତି। ସୁଭଦ୍ରା ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ ୨ଟି ପର୍ଯ୍ୟାୟରେ ୫ ହଜାର ଟଙ୍କା ଲେଖାଏଁ ମୋଟ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି। ଗତ ଜାନୁୟାରୀ ୨୨ ରେ ନୂତନ ହିତାଧିକାରୀ ଓ ବାଦ ପଡିଥିବା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

Leave A Reply

Your email address will not be published.