ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ

0

ନ୍ୟୁଜ୍ ବ୍ୟୁରୋ: କଂଗ୍ରେସ ଦଳକୁ ବିଦାୟ ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। ସେ ଆଜି ରାଜ୍ୟ କଂଗ୍ରେସ ସଭାପତିଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇ ଦଳରୁ ପଦତ୍ୟାଗ କରିଛନ୍ତି। ଦଳକୁ ପର୍ଯ୍ୟାପ୍ତ ସମୟ ଦେଇପାରୁ ନଥିବାରୁ ସେ ଏହି ସିଦ୍ଧାନ୍ତ ନେଇଥିବା କହିଛନ୍ତି। ଏହା ପୂର୍ବରୁ ସେ ଭାରତୀୟ ଜନତା ପାର୍ଟିରେ ରହିଥିଲେ। ୨୦୨୨ ମସିହାରେ ସେ ସେହି ଦଳକୁ ଛାଡି କଂଗ୍ରେସରେ ଯୋଗ ଦେଇଥିଲେ। ବର୍ତ୍ତମାନ ସେ ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ତାହାର ନେତୃତ୍ୱ ନେଉଛନ୍ତି।

ଅବିଭକ୍ତ କୋରାପୁଟ ଜିଲ୍ଲା ସହ ପଡୋଶୀ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର କିଛି ଆଦିବାସୀ ଅଞ୍ଚଳକୁ ନେଇ କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପାଇଁ ସେ ଦୀର୍ଘଦିନ ଧରି ପ୍ରୟାସ ଜାରି ରଖିଛନ୍ତି। ଏହି ଉଦ୍ଦେଶ୍ୟରେ ସେ ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ ଗଠନ କରିଛନ୍ତି। ସେ ୨୦୧୭ ମସିହାରେ ବିଜୁ ଜନତା ଦଳ ଛାଡି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ। ପୂର୍ବରୁ ସେ ଚାରିଥର ପଟାଙ୍ଗୀ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୦୯ ମସିହାରେ କୋରାପୁଟ ଲୋକସଭା ଆସନରୁ ଗିରିଧର ଗମାଙ୍ଗଙ୍କୁ ପରାଜିତ କରି ସେ ପ୍ରଥମଥର ପାଇଁ ଲୋକସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ।

Leave A Reply

Your email address will not be published.