ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ

0

ନ୍ୟୁଜ୍ ବ୍ୟୁରୋ: କଂଗ୍ରେସ ଦଳକୁ ବିଦାୟ ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। ସେ ଆଜି ରାଜ୍ୟ କଂଗ୍ରେସ ସଭାପତିଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇ ଦଳରୁ ପଦତ୍ୟାଗ କରିଛନ୍ତି। ଦଳକୁ ପର୍ଯ୍ୟାପ୍ତ ସମୟ ଦେଇପାରୁ ନଥିବାରୁ ସେ ଏହି ସିଦ୍ଧାନ୍ତ ନେଇଥିବା କହିଛନ୍ତି। ଏହା ପୂର୍ବରୁ ସେ ଭାରତୀୟ ଜନତା ପାର୍ଟିରେ ରହିଥିଲେ। ୨୦୨୨ ମସିହାରେ ସେ ସେହି ଦଳକୁ ଛାଡି କଂଗ୍ରେସରେ ଯୋଗ ଦେଇଥିଲେ। ବର୍ତ୍ତମାନ ସେ ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ତାହାର ନେତୃତ୍ୱ ନେଉଛନ୍ତି।

ଅବିଭକ୍ତ କୋରାପୁଟ ଜିଲ୍ଲା ସହ ପଡୋଶୀ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର କିଛି ଆଦିବାସୀ ଅଞ୍ଚଳକୁ ନେଇ କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପାଇଁ ସେ ଦୀର୍ଘଦିନ ଧରି ପ୍ରୟାସ ଜାରି ରଖିଛନ୍ତି। ଏହି ଉଦ୍ଦେଶ୍ୟରେ ସେ ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ ଗଠନ କରିଛନ୍ତି। ସେ ୨୦୧୭ ମସିହାରେ ବିଜୁ ଜନତା ଦଳ ଛାଡି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ। ପୂର୍ବରୁ ସେ ଚାରିଥର ପଟାଙ୍ଗୀ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୦୯ ମସିହାରେ କୋରାପୁଟ ଲୋକସଭା ଆସନରୁ ଗିରିଧର ଗମାଙ୍ଗଙ୍କୁ ପରାଜିତ କରି ସେ ପ୍ରଥମଥର ପାଇଁ ଲୋକସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ।

Leave A Reply

Your email address will not be published.