ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’: ପରିବହନ ମନ୍ତ୍ରୀ

0

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ ହେବ ହେଲିପ୍ୟାଡ୍‌। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ଆବଶ୍ୟକୀୟ ଜମି ନିରୂପଣ ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରାଯାଇଛି ବୋଲି ସେ କହିଛନ୍ତି।

ଭୁବନେଶ୍ୱର-ଗୋପାଳପୁର, ଭୁବନେଶ୍ୱର-ଶିମିଳିପାଳକୁ ହେଲିଟ୍ୟାକ୍ସି ସେବା ଜାରି ରହିଛି। ହେଲିଟ୍ୟାକ୍ସି ସେବା ପାଇଁ ‘ପବନ ହଂସ ଲିଃ’କୁ ମନୋନୀତ କରାଯାଇଛି। ମାତ୍ର ୨୫୦୦ ଟଙ୍କା ଦେଇ ପର୍ଯ୍ୟଟକମାନେ ଏହି ହେଲିଟ୍ୟାକ୍ସି ଯାତ୍ରାର ସୁବିଧା ନେଇପାରିବେ। ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ସହଯୋଗରେ ପବନ ହଂସ ପକ୍ଷରୁ ଏହି ହେଲିଟ୍ୟାକ୍ସି ସେବା ଆରମ୍ଭ କରାଯାଇଛି। ଏହା ଦ୍ୱାରା ଗଞ୍ଜାମ ଜିଲ୍ଲାର ପର୍ଯ୍ୟଟନକୁ ନୂଆ ଗତି ମିଳିବ ବୋଲି ଆଶା କରାଯାଉଛି। ଏହି ସେବା ମାଧ୍ୟମରେ ପର୍ଯ୍ୟଟକମାନେ ମା’ ତାରାତାରିଣୀ, ଚିଲିକା, ସାତପଡ଼ା, ମା’ନାରାୟଣୀ ପୀଠ ଏବଂ ଗୋପାଳପୁର ବେଳାଭୂମି ଭଳି ସ୍ଥାନ ଗୁଡ଼ିକୁ ଆକାଶମାର୍ଗରୁ ପରିକ୍ରମା କରିପାରିବେ।

Leave A Reply

Your email address will not be published.