ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

0

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଫରେଷ୍ଟର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତିନିଗୋଟି ସ୍ଥାନରେ ଚଢାଉ ଜାରି ରହିଛି। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ସକାଳ ପ୍ରାୟ ୬ଟାରୁ ଭିଜିଲାନ୍ସର ୩ଟି ଟିମ୍ ଭବାନୀପାଟଣା ଓ ଆଖପାଖ ଅଞ୍ଚଳରେ ଏକକାଳୀନ ଚଢ଼ାଉ ଜାରି ରଖିଛନ୍ତି। ଭବାନୀପାଟଣା ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ରେଡ୍ କରାଯାଉଛି। ଏହି ଚଢ଼ାଉରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି।

ସୂଚନା ଅନୁସାରେ ଭବାନୀପାଟଣା ହିଲ୍ ଟାଉନ୍‌ରେ ଥିବା ଫରେଷ୍ଟରଙ୍କ ତିନି ମହଲା ବାସଭବନ, ଜୁନାଗଡ଼ ଥାନା ଅନ୍ତର୍ଗତ ଦେଉଣ୍ଡି ଗାଁରେ ଥିବା ପୈତୃକ ବାସ ଭବନ ଏବଂ ଭଟାଙ୍ଗପଦର ସେକ୍ସନ ସ୍ଥିତ ଫରେଷ୍ଟରଙ୍କ ସରକାରୀ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି। ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ସମସ୍ତ ବ୍ୟାଙ୍କ୍ ଆକାଉଣ୍ଟ, ସୁନା ଗହଣା ଏବଂ ଜମିବାଡ଼ି ସମ୍ପର୍କିତ କାଗଜପତ୍ରର ଯାଞ୍ଚ ଚାଲିଛି। ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେ ନେଇ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ।

Leave A Reply

Your email address will not be published.