ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

0

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଫରେଷ୍ଟର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତିନିଗୋଟି ସ୍ଥାନରେ ଚଢାଉ ଜାରି ରହିଛି। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ସକାଳ ପ୍ରାୟ ୬ଟାରୁ ଭିଜିଲାନ୍ସର ୩ଟି ଟିମ୍ ଭବାନୀପାଟଣା ଓ ଆଖପାଖ ଅଞ୍ଚଳରେ ଏକକାଳୀନ ଚଢ଼ାଉ ଜାରି ରଖିଛନ୍ତି। ଭବାନୀପାଟଣା ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ରେଡ୍ କରାଯାଉଛି। ଏହି ଚଢ଼ାଉରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି।

ସୂଚନା ଅନୁସାରେ ଭବାନୀପାଟଣା ହିଲ୍ ଟାଉନ୍‌ରେ ଥିବା ଫରେଷ୍ଟରଙ୍କ ତିନି ମହଲା ବାସଭବନ, ଜୁନାଗଡ଼ ଥାନା ଅନ୍ତର୍ଗତ ଦେଉଣ୍ଡି ଗାଁରେ ଥିବା ପୈତୃକ ବାସ ଭବନ ଏବଂ ଭଟାଙ୍ଗପଦର ସେକ୍ସନ ସ୍ଥିତ ଫରେଷ୍ଟରଙ୍କ ସରକାରୀ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି। ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ସମସ୍ତ ବ୍ୟାଙ୍କ୍ ଆକାଉଣ୍ଟ, ସୁନା ଗହଣା ଏବଂ ଜମିବାଡ଼ି ସମ୍ପର୍କିତ କାଗଜପତ୍ରର ଯାଞ୍ଚ ଚାଲିଛି। ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେ ନେଇ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ।

Leave A Reply

Your email address will not be published.