ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ନିୟୋଜିତ ହେବାକୁ ଥିବା କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବାହିନୀ -ସିଏପିଏଫ କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିବା ଯାନବାହାନରେ ଜିପିଏସ୍ ଟ୍ରାକର ବ୍ୟବସ୍ଥା ଲଗାଇବାକୁ ଭାରତୀୟ ନିର୍ବାଚନ ଆୟୋଗ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଦୁଇଟି ପର୍ଯ୍ୟାୟରେ ଏହି ବ୍ୟବସ୍ଥାକୁ କାର୍ଯ୍ୟକାରୀ କରାଯିବ। ଆସନ୍ତାମାସ ପହିଲାରୁ ପ୍ରଥମ ପର୍ଯ୍ୟାୟରେ ୨୪୦ କମ୍ପାନି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବାହିନୀ ନିୟୋଜିତ ହେବେ। ପଶ୍ଚିମବଙ୍ଗର ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଜିପିଏସ୍ ଟ୍ରାକିଙ୍ଗ୍ ବ୍ୟବସ୍ଥା ସିଏପିଏଫ କର୍ମଚାରୀଙ୍କ ଗତିବିଧି ଉପରେ ନଜର ରଖିବାକୁ ଆୟୋଗଙ୍କ ଦ୍ୱାରା ନିଯୁକ୍ତ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସକ୍ଷମ ହେବେ। ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ଆସନ୍ତାମାସ ୧୦ ତାରିଖରୁ ୨୪୦ କମ୍ପାନୀ ସିଏପିଏଫ ନିୟୋଜିତ ହେବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍