ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପଶ୍ଚିମବଙ୍ଗ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ସିଏପିଏଫ୍‍ କର୍ମଚାରୀଙ୍କ ଯାନବାହାନରେ ଲାଗିବ ଜିପିଏସ୍‍

0

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ନିୟୋଜିତ ହେବାକୁ ଥିବା କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍‍ ବାହିନୀ -ସିଏପିଏଫ କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିବା ଯାନବାହାନରେ ଜିପିଏସ୍‍ ଟ୍ରାକର ବ୍ୟବସ୍ଥା ଲଗାଇବାକୁ ଭାରତୀୟ ନିର୍ବାଚନ ଆୟୋଗ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଦୁଇଟି ପର୍ଯ୍ୟାୟରେ ଏହି ବ୍ୟବସ୍ଥାକୁ କାର୍ଯ୍ୟକାରୀ କରାଯିବ। ଆସନ୍ତାମାସ ପହିଲାରୁ ପ୍ରଥମ ପର୍ଯ୍ୟାୟରେ ୨୪୦ କମ୍ପାନି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍‍ ବାହିନୀ ନିୟୋଜିତ ହେବେ। ପଶ୍ଚିମବଙ୍ଗର ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଜିପିଏସ୍‍ ଟ୍ରାକିଙ୍ଗ୍‍ ବ୍ୟବସ୍ଥା ସିଏପିଏଫ କର୍ମଚାରୀଙ୍କ ଗତିବିଧି ଉପରେ ନଜର ରଖିବାକୁ ଆୟୋଗଙ୍କ ଦ୍ୱାରା ନିଯୁକ୍ତ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସକ୍ଷମ ହେବେ। ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ଆସନ୍ତାମାସ ୧୦ ତାରିଖରୁ ୨୪୦ କମ୍ପାନୀ ସିଏପିଏଫ ନିୟୋଜିତ ହେବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.