ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

0

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଇଥିବା ବେଳେ ମାର୍ଚ୍ଚ ୫ରେ ସରିବ। ମାର୍ଚ୍ଚ 6ରେ ନାମାଙ୍କନ ଯାଞ୍ଚ ହୋଇ ମର୍ଚ୍ଚ ୧୬ରୁ ସକାଳ ୯ ଟାରୁ ଅପରାହ୍ନ ୫ ଯାଏଁ ଭୋଟିଂ ହେବ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ।

“ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ମାର୍ଚ୍ଚ ୫ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିବ । ସେହିପରି ମାର୍ଚ୍ଚ 6 ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ନେବ। ମାର୍ଚ୍ଚ 9 ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଶେଷ ଦିନ ଧାର୍ଯ୍ୟ ହୋଇଛି।

ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ ଟାରୁ ଅପରାହ୍ନ ୪ ଯାଏଁ ଭୋଟ ଗ୍ରହଣ ହେବ। ଅପରାହ୍ନରେ ଭୋଟ ଗଣତି ହେବା ସହ ଫଳାଫଳ ଘୋଷଣା ହେବ। ​​​​​​​ଓଡ଼ିଶା ସମେତ ୧୦ ରାଜ୍ୟର ୩୭ ଆସନ ପାଇଁ ହେବ ଏହି ନିର୍ବାଚନ। ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ଶେଷ ହେଉଛି। ଏହି ସାଂସଦମାନେ ହେଉଛନ୍ତି ବିଜେପିର ମମତା ମହାନ୍ତ, ସୁଜିତ କୁମାର ଏବଂ ବିଜେଡିର ମୁନା ଖାଁ, ଓ ନିରଞ୍ଜନ ବିଶି।” ବିଧାନସଭାର ବିଧାୟକଙ୍କ ସଂଖ୍ୟା ଦୃଷ୍ଟିରୁ ଏହି ଚାରି ଆସନ ମଧ୍ୟରୁ ବିଜେପିର ଦୁଇ ଜଣ ଓ ବିଜେଡିର ଜଣେ ପ୍ରାର୍ଥୀ ରାଜ୍ୟସଭାକୁ ନିର୍ବାଚିତ ହେବା ସୁନିଶ୍ଚିତ। କିନ୍ତୁ ଚତୁର୍ଥ ଆସନ ପାଇଁ କିଏ ପ୍ରାର୍ଥୀ ହେବେ ତାହା ଉପରେ ନଜର ରହିଛି।

Leave A Reply

Your email address will not be published.