ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

0

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଇଥିବା ବେଳେ ମାର୍ଚ୍ଚ ୫ରେ ସରିବ। ମାର୍ଚ୍ଚ 6ରେ ନାମାଙ୍କନ ଯାଞ୍ଚ ହୋଇ ମର୍ଚ୍ଚ ୧୬ରୁ ସକାଳ ୯ ଟାରୁ ଅପରାହ୍ନ ୫ ଯାଏଁ ଭୋଟିଂ ହେବ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ।

“ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ମାର୍ଚ୍ଚ ୫ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିବ । ସେହିପରି ମାର୍ଚ୍ଚ 6 ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ନେବ। ମାର୍ଚ୍ଚ 9 ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଶେଷ ଦିନ ଧାର୍ଯ୍ୟ ହୋଇଛି।

ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ ଟାରୁ ଅପରାହ୍ନ ୪ ଯାଏଁ ଭୋଟ ଗ୍ରହଣ ହେବ। ଅପରାହ୍ନରେ ଭୋଟ ଗଣତି ହେବା ସହ ଫଳାଫଳ ଘୋଷଣା ହେବ। ​​​​​​​ଓଡ଼ିଶା ସମେତ ୧୦ ରାଜ୍ୟର ୩୭ ଆସନ ପାଇଁ ହେବ ଏହି ନିର୍ବାଚନ। ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ଶେଷ ହେଉଛି। ଏହି ସାଂସଦମାନେ ହେଉଛନ୍ତି ବିଜେପିର ମମତା ମହାନ୍ତ, ସୁଜିତ କୁମାର ଏବଂ ବିଜେଡିର ମୁନା ଖାଁ, ଓ ନିରଞ୍ଜନ ବିଶି।” ବିଧାନସଭାର ବିଧାୟକଙ୍କ ସଂଖ୍ୟା ଦୃଷ୍ଟିରୁ ଏହି ଚାରି ଆସନ ମଧ୍ୟରୁ ବିଜେପିର ଦୁଇ ଜଣ ଓ ବିଜେଡିର ଜଣେ ପ୍ରାର୍ଥୀ ରାଜ୍ୟସଭାକୁ ନିର୍ବାଚିତ ହେବା ସୁନିଶ୍ଚିତ। କିନ୍ତୁ ଚତୁର୍ଥ ଆସନ ପାଇଁ କିଏ ପ୍ରାର୍ଥୀ ହେବେ ତାହା ଉପରେ ନଜର ରହିଛି।

Leave A Reply

Your email address will not be published.