ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୨

0

କାଶ୍ମୀର: ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି। ରବିବାର ରାତି ୧ଟା ୨୫ ମିନିଟରେ ଏହି ଭୂମିକମ୍ପ ଘଟିଥିବା ସୂଚନା ମିଳିଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ପ୍ରାୟ ୫ କିଲୋମିଟର ଗଭୀରତାରେ ଥିଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଝଟକା ଅନୁଭୂତ ହେବା ସହିତ ଲୋକମାନଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା ଏବଂ ଅନେକେ ଭୟରେ ଘରୁ ବାହାରି ଆସିଥିଲେ। ଏପର୍ଯ୍ୟନ୍ତ କୌଣସି ମୃତାହତ କିମ୍ବା କ୍ଷୟକ୍ଷତି ସମ୍ପର୍କିତ ସୂଚନା ମିଳିନାହିଁ। ପୂର୍ବରୁ କୋଲକାତା ସହିତ ପଶ୍ଚିମବଙ୍ଗର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ୫.୪ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ସେହି ଭୂକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶରେ ଥିବା ବୋଲି ସୂତ୍ରରୁ ପ୍ରକାଶ ପାଇଥିଲା।

Leave A Reply

Your email address will not be published.