ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୨୧ ଜୀବନ୍ତ ଦଗ୍ଧ

0

ଆନ୍ଧ୍ର ପ୍ରଦେଶ: ଆନ୍ଧ୍ର ପ୍ରଦେଶ ର କାକିନାଡା ଜିଲ୍ଲା ରେ ଏକ ଭୟଙ୍କର ବିସ୍ଫୋରଣ ଘଟି ୨୧ ଜଣଙ୍କ ମୃତ୍ୟୁ ଘଟିଛି। ସମରଲାକୋଟା ମଣ୍ଡଳର ଭେଟଲାପାଲିମ ସ୍ଥିତ ସୂର୍ଯ୍ୟଶ୍ରୀ ବାଣ ତିଆରି କାରଖାନାରେ ଅପରାହ୍ନ ପ୍ରାୟ ୨ଟା ସମୟରେ ହଠାତ୍ ବିସ୍ଫୋରଣ ଘଟିଥିଲା।

ବିସ୍ଫୋରଣ ପରେ ସମଗ୍ର ଅଞ୍ଚଳରେ କଳା ଧୂଆଁ ବ୍ୟାପି ଯାଇଥିଲା ଏବଂ ପ୍ରାୟ ୫ କିଲୋମିଟର ଦୂର ପର୍ଯ୍ୟନ୍ତ ଶବ୍ଦ ଶୁଣାଯାଇଥିବା ସ୍ଥାନୀୟ ଲୋକମାନେ କହିଛନ୍ତି। ବିସ୍ଫୋରଣର ତୀବ୍ରତା ଯୋଗୁଁ ପଡ଼ୋଶୀ ଗାଁର ଏକ ଘରୋଇ ସ୍କୁଲର କାନ୍ଥରେ ଫାଟ ଦେଖାଦେଇଛି।
ସୂଚନା ପାଇ ଅଗ୍ନିଶମ ବିଭାଗର ୨ଟି ଦମକଳ ଗାଡ଼ି ଘଟଣାସ୍ଥଳକୁ ପହଞ୍ଚି ନିଆଁ ନିୟନ୍ତ୍ରଣ କରିଥିଲେ। ୮ ଜଣ ଗୁରୁତର ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲକୁ ପଠାଯାଇଛି। ମୃତକମାନଙ୍କ ମଧ୍ୟରୁ ଅଧିକାଂଶ ମହିଳା ବୋଲି ସୂଚନା ମିଳିଛି।

ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏକ୍ସରେ ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

Leave A Reply

Your email address will not be published.