ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ନାମାଙ୍କନ ଭରିଲେ ଦିଲ୍ଲୀପ ରାୟ

0

ଭୁବନେଶ୍ବର: ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ। ସେହିପରି ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି।

ନାମାଙ୍କନ ଦାଖଲ କରିବା ପରେ ଜିତିବା ନେଇ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଦିଲ୍ଲୀପ ରାୟ। ସେ କହିଛନ୍ତି ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ ରହିଛି। ବିଜେପି ନାମାଙ୍କନ ଭରିବା ପାଇଁ ପୂରା ସମର୍ଥନ ଯୋଗାଇ ଦେଇଛି। ୨୦୦୨ ପରି ଜିତାପଟ ହାସଲ କରିବି।
ସେପଟେ, ବିଜେଡିର ସଂତୃପ୍ତ ମିଶ୍ର, ପରେ କମନ୍‌ କ୍ୟାଣ୍ଡିଡେଟ୍‌ ଡ. ଦତ୍ତେଶ୍ୱର ହୋତା ନାମାଙ୍କନ ଦାଖଲ କରିଛନ୍ତି। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ୩ ସେଟର ନାମାଙ୍କନ ଦାଖଲ କରିଛନ୍ତି ଓ କମନ୍ କ୍ୟାଣ୍ଡେଟ୍ ପ୍ରାର୍ଥୀ ଭାବେ ଦତ୍ତେଶ୍ବର ହୋତା ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ପିସିସି ସଭାପତି ଭକ୍ତ ଦାସ ଏକାଠି ବସିଥିବାର ଦେଖିବାକୁ ମିଳିଥିଲା।

Leave A Reply

Your email address will not be published.