ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଦିଲ୍ଲୀ ଏମ୍ସ ଗଲେ ସୁରେଶ ପୂଜାରୀ

0

ଭୁବନେଶ୍ବର: ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ। ଅଧିକ ଚିକିତ୍ସା ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଏମ୍ସ ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି। ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ।

ମଙ୍ଗଳବାର ରାତିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ ହୋଇଥିଲେ। ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରିଥିଲେ। ଆଜି ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.