ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ

0

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉ କରିଛନ୍ତି। ଏହା ସହ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ୭ ଟି ସ୍ଥାନରେ ରେଡ୍ ଚାଲିଛି।

କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଭଦ୍ରକ ଓ ଭୁବନେଶ୍ବରରେ ଏକକାଳୀନ ଚାଲିଛି ରେଡ୍। ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ ହୋଇଛି l ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟ ରେ SDO ଭାବେ କାର୍ଯ୍ୟ କରୁଛନ୍ତି।

ଚଢାଉରେ ୨ଜଣ ଅତିରିକ୍ତ ଏସପି, ୯ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଓ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି। କଟକ ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଚଢ଼ଉ ଜାରି ରହିଛି।

Leave A Reply

Your email address will not be published.