ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଏପ୍ରିଲ୍‌ ୨ରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

0

ଭୁବନେଶ୍ବର; ଏପ୍ରିଲ୍‌ ୨ରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ। ଏଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ୍‌ ୨ରୁ ୧୩ ଓ ଦ୍ବିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୫ରୁ ୨୬ ତାରିଖ ଯାଏଁ ଖାତାଦେଖା ଚାଲିବ। ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କିଛି ବିଷୟର ଉତ୍ତର ଖାତା ଇ-ମୂଲ୍ୟାୟନ ଏବ˚ କଳା ଓ ଧନ୍ଦାମୂଳକ ବିଭାଗ ବିଷୟଗୁଡ଼ିକର ମାନୁଆଲ୍‌ ମୂଲ୍ୟାୟନ କରାଯିବ।

ଦୁଇଟି ପର୍ଯ୍ୟାୟ‌ରେ ୧୬ ହଜାର ଅଧ୍ୟାପକ ନିୟୋଜିତ ହେବେ ବୋଲି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ଇ-ମୂଲ୍ୟାୟନ ହେବାକୁ ଥିବା କେନ୍ଦ୍ରଗୁଡ଼ିକରେ କମ୍ପ୍ୟୁଟର ଯେପରି ହ୍ୟାଙ୍ଗ ନହେବ, ସେଥିପ୍ରତି ଦୃଷ୍ଟି ଦେବାକୁ ସ୍ୱତନ୍ତ୍ର କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ। ଏପ୍ରିଲ ଭିତରେ ମୂଲ୍ୟାୟନ ପ୍ରକ୍ରିୟା ଶେଷ କରି ମେ’ ତୃତୀୟ ସପ୍ତାହରେ ଫଳ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି।
ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ମୂଲ୍ୟାୟନ ପାଇଁ ୧୫୧ଟି ମୂଲ୍ୟାୟନ କେନ୍ଦ୍ର ହୋଇଛି। ସେଥିମଧ୍ୟରେ ଅଫ୍‌ଲାଇନ୍‌ ପାଇଁ ୭୬ ଓ ଅନ୍‌ଲାଇନ୍‌ ପାଇଁ ୭୫ଟି କେନ୍ଦ୍ର ରହିଛି।

ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନରେ ଅନ୍‌ଲାଇନ୍‌ ଖାତା ଦେଖିବାକୁ ୩,୫୦୦ ଏବଂ ଅଫ୍‌ଲାଇନ୍‌ ପାଇଁ ୪,୫୦୦ ଅଧ୍ୟାପକ ଅଧ୍ୟାପିକା ରହିବେ। ଦ୍ବିତୀୟ ପର୍ଯ୍ୟାୟ ମୂଲ୍ୟାୟନରେ ୮ ହଜାର ମୂଲ୍ୟାୟନକାରୀ ସାମିଲ ହେବେ। ଏବର୍ଷ ପ୍ରାୟ ୨୫ ଲକ୍ଷ ଖାତା ମୂଲ୍ୟାୟନ ହେବ। ଯେଉଁଥିରେ ଅଫ୍‌ଲାଇନ୍‌ରେ ୧୫ ଲକ୍ଷ ଓ ଅନ୍‌ଲାଇନ୍‌ରେ ପ୍ରାୟ ୧୦ ଲକ୍ଷ ଉତ୍ତର ଖାତା ରହିଛି। ୪ଟି ଯାକ ବିଭାଗର ଉତ୍ତର ଖାତାଗୁଡ଼ିକ ଏକାଥରେ ଦେଖାହେବାକୁ ଥିବାରୁ ମୂଲ୍ୟାୟନ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.