ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ

0

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଗସ୍ତ ସମୟରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ରାଜ୍ୟରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ପ୍ରାଥମିକ ଲକ୍ଷ୍ୟ। ସେ କହିଛନ୍ତି ଯେ କୌଣସି ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ ପଡିବ ନାହିଁ। ରାଜନୈତିକ ଦଳ ଓ ଅଧିକାରୀମାନଙ୍କ ସହ ଏକାଧିକ ବୈଠକ ପରେ ସେ କହିଛନ୍ତି ଯେ ପଶ୍ଚିମବଙ୍ଗର ଲୋକମାନେ ସଦା ଶାନ୍ତିପୂର୍ଣ୍ଣ ଓ ଅଂଶଗ୍ରହଣମୂଳକ ଗଣତନ୍ତ୍ରରେ ବିଶ୍ୱାସ କରନ୍ତି।

ସିଇସି ଆହୁରି କହିଛନ୍ତି ଯେ ନିର୍ବାଚନ ପ୍ରକ୍ରିୟା ସମୟରେ ସମସ୍ତ ସରକାରୀ କର୍ମଚାରୀଙ୍କୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ କାମ କରିବାକୁ ପଡିବ ଏବଂ କୌଣସି ପ୍ରକାରର ଅବହେଳା ବରଦାସ୍ତ କରାଯିବ ନାହିଁ। ସେ ଜୋର ଦେଇ କହିଛନ୍ତି ଯେ ବଙ୍ଗଳାରେ ମୁକ୍ତ ଓ ନିରପେକ୍ଷ ନିର୍ବାଚନ ସହିତ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ମୁଖ୍ୟ ଲକ୍ଷ୍ୟ।

Leave A Reply

Your email address will not be published.