ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

0

କଟକ: ବହୁଚର୍ଚ୍ଚିତ ସି-ସୋର ଚିଟଫଣ୍ଡ କେଳେଙ୍କାରୀ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି ମିଳିଛି। ପୂର୍ବରୁ ମିଳିଥିବା ଅନ୍ତରୀଣ ସୁରକ୍ଷାର ସମୟସୀମାକୁ ହାଇକୋର୍ଟ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।
ସେହିପରି ତାଙ୍କଠାରୁ ଜବତ କରାଯାଇଥିବା ଦଲିଲ ଓ ଦସ୍ତାବିଜର ତାଲିକା ଯୋଗାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରବୀନ୍ଦ୍ର ଜେନା ଏହି ମାମଲାରୁ ତାଙ୍କୁ ବାଦ ଦେବା ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ।

ପୂର୍ବ ଶୁଣାଣିରେ କୋର୍ଟ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ରୋକ ଲଗାଇଥିବା ସହ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହୋଇ ତଦନ୍ତରେ ସହଯୋଗ କରିବାକୁ ସର୍ତ୍ତ ରଖିଥିଲେ।

Leave A Reply

Your email address will not be published.