ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ

0

ଭୁବନେଶ୍ବର: ଆରମ୍ଭ ହେଲାଣି ମୁଣ୍ଡଫଟା ଖରା। ତେବେ ରାଜ୍ୟ ସରକାରଙ୍କୁ ଘାରିଛି ଅଂଶୁଘାତ ମୁକାବିଲା ଚିନ୍ତା।ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ। ଖରାଦିନେ କଟିବନି ଲାଇନ। ଅଂଶୁଘାତ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲେ ସରକାର। ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ୍। ଖରାଦିନେ ହେବନି ବିଦ୍ୟୁତ୍ କାଟ। ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ମନ୍ତ୍ରୀ କହିଛନ୍ତି ଯେ, ୧୦ ପୌରାଞ୍ଚଳ ହିଟୱେଭ୍ ପାଇଁ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇସାରିଛି। ୩୦ ଜିଲ୍ଲା ଓ ଟ୍ଵିନ୍ ସିଟି ପାଇଁ ମଧ୍ୟ ଯୋଜନା କରାଯାଇଛି। ରାଜ୍ୟ ଓ ଜିଲ୍ଲା ସ୍ତରରେ କଣ୍ଟ୍ରୋଲ ରୁମ୍ ଖୋଲିଛି। ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭ୍ ସାମିଲ ହେବ। ଏଥିପାଇଁ ୧୬ତମ ଅର୍ଥ କମିଶନ ସୁପାରିଶ କରିଛନ୍ତି।

ତେବେ ରାଜ୍ୟ ଓ ଜିଲ୍ଲାସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିଛି । ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ ସାମିଲ୍ ପାଇଁ ସୁପାରିସ୍ ହୋଇଛି। ଗୃହରେ ଲିଖିତ ଉତ୍ତର ରଖିଛନ୍ତି ରାଜସ୍ୱ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଆଗାମୀ ଦିନରେ ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହର ମୁକାବିଲା ନିମନ୍ତେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ବିଭାଗମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି।

Leave A Reply

Your email address will not be published.