ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଜେଲ୍‌ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର

0

ବଲାଙ୍ଗିର: ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ। ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ। ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି କହିଛନ୍ତି।

୨୦୨୧ ମସିହାରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ ଯାଇଥିଲେ ଗୋପାଳ। ବର୍ଷେ ତଳେ ଆଜୀବନ କାରାଦଣ୍ଡ ଶୁଣାଇଥିଲେ କୋର୍ଟ। ଆଜି ଝୁଲନ୍ତା ଅବସ୍ଥାରେ ଗୋପାଳଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଜେଲ କର୍ତ୍ତୃପକ୍ଷ। ଭୀମଭୋଇ ମେଡିକାଲ କଲେଜରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏପେଟ ଭୀଷ୍ମଦେବଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.