ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଜେଲ୍‌ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର

0

ବଲାଙ୍ଗିର: ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ। ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ। ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି କହିଛନ୍ତି।

୨୦୨୧ ମସିହାରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ ଯାଇଥିଲେ ଗୋପାଳ। ବର୍ଷେ ତଳେ ଆଜୀବନ କାରାଦଣ୍ଡ ଶୁଣାଇଥିଲେ କୋର୍ଟ। ଆଜି ଝୁଲନ୍ତା ଅବସ୍ଥାରେ ଗୋପାଳଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଜେଲ କର୍ତ୍ତୃପକ୍ଷ। ଭୀମଭୋଇ ମେଡିକାଲ କଲେଜରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏପେଟ ଭୀଷ୍ମଦେବଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.