ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଆସାମରେ ୨୦୯୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ସ୍ୱରାଷ୍ଟ୍ରମନ୍ତ୍ରୀ

0

ଆସାମ: କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆଜି ଆସାମର ଗୁଆହାଟୀରେ ୨୦୯୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି।

ଏହି ଅବସରରେ ସେ କହିଛନ୍ତି ଯେ, ସାର୍ବଜନୀନ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରୋଟନ ଥେରାପି ମେସିନ ପ୍ରଚଳନ କରିବାରେ ଆସାମ ଦେଶର ପ୍ରଥମ ରାଜ୍ୟ ହୋଇଛି। ଏହା ଦ୍ୱାରା କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ଅଧିକ ସୁଦୃଢ଼ ହେବ ବୋଲି ସେ କହିଛନ୍ତି।
ଶ୍ରୀ ଶାହା କହିଛନ୍ତି, ବିଜେପି ନେତୃତ୍ୱାଧୀନ ସରକାରଙ୍କ ଗତ ୧୦ ବର୍ଷର ଶାସନକାଳ ମଧ୍ୟରେ ଆସାମ ଉତ୍ତର ପୂର୍ବାଞ୍ଚଳ ପାଇଁ ଏକ ପ୍ରମୁଖ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ପରିଣତ ହୋଇଛି। ଏହା ସହିତ ସେ ଆଭାସୀ ମାଧ୍ୟମରେ ଅନ୍ୟ କିଛି ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।

Leave A Reply

Your email address will not be published.