ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ଲକ୍ଷ୍ମୀ ବସ୍ ଓ ବୁଲେଟ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ଯୁବକ ମୃତ

0

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଲକ୍ଷ୍ମୀ ବସ୍ ଓ ବୁଲେଟ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ମୃତକମାନେ ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ମାଣିଆକାଠି ଗ୍ରାମର ଟିଲୁ ଗୌଡ଼, ଶଙ୍କର ଗୌଡ଼ ଓ ସିଲୁ ମୂଳି ବୋଲି ପରିଚୟ ମିଳିଛି।

ସୂଚନା ଅନୁସାରେ, ଗୁରୁବାର ଏହି ତିନି ଯୁବକ ବୁଲେଟ୍‌ରେ ସୋରଡ଼ା ଆସି ନିଜ ଗ୍ରାମକୁ ଫେରୁଥିବା ବେଳେ ମୟାଙ୍ଗି ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ବସ୍ ସହ ଧକ୍କା ଲାଗିଥିଲା। ଧକ୍କାର ପ୍ରଭାବ ଏତେ ଭୟାବହ ଥିଲା ଯେ ତିନି ଜଣଙ୍କ ଘଟଣାସ୍ଥଳରେହିଁ ପ୍ରାଣ ଯାଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ସୋରଡ଼ା ମେଡିକାଲକୁ ପଠାଇଛି ଓ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.