ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ: ମନ୍ତ୍ରୀ

0

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବଢୁଥିବାବେଳେ ମାର୍ଚ୍ଚ ମାସରୁ ଖରାର ପ୍ରକୋପ ଅସହ୍ୟ ହୋଇପଡିଛି। ବହୁ ସ୍ଥାନରେ ପାରଦ ୪୦ ଡିଗ୍ରୀ ନିକଟକୁ ପହଞ୍ଚୁଥିବାରୁ ଲୋକମାନେ ଅସୁବିଧା ଭୋଗୁଛନ୍ତି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୁବଶୀଘ୍ର ସକାଳୁଆ ସ୍କୁଲ ଆରମ୍ଭ କରାଯାଇପାରେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଖରାର ପ୍ରଭାବକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ଶୀଘ୍ର ବୈଠକ ଡାକିବ। ଏହି ବୈଠକରେ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀମାନେ ମଧ୍ୟ ଯୋଗଦେବେ ଓ ସେଥିରେ ସକାଳୁଆ ସ୍କୁଲ କେବେଠାରୁ ଆରମ୍ଭ ହେବ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହେବ।

ଅନ୍ୟପଟେ, ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ, ଆସନ୍ତା କିଛି ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ। ବିଶେଷକରି ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ନୂଆପଡ଼ା ଓ ଭବାନୀପାଟଣା ଭଳି ଅଞ୍ଚଳରେ ପାରଦ ୩୯ ଡିଗ୍ରୀ ଉପରେ ରହିବାର ସମ୍ଭାବନା ରହିଛି। ଏହିପରି ତୀବ୍ର ଖରାକୁ ଦେଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ମନେରଖି ସକାଳୁଆ ସ୍କୁଲ ନିଷ୍ପତ୍ତି ନେଇଯିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି।

Leave A Reply

Your email address will not be published.