ନ୍ୟୁଜ୍ ବ୍ୟୁରୋ: ଦେଶବ୍ୟାପୀ ପେଟ୍ରୋଲିୟମ ଉତ୍ପାଦ ଓ ପ୍ରାକୃତିକ ଗ୍ୟାସର ନିରବିଚ୍ଛିନ୍ନ ଯୋଗାଣ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପକ୍ଷରୁ ଆଜି ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଛି। ବୈଠକରେ ପେଟ୍ରୋଲ, ଡିଜେଲ ଓ ସିଏନଜି ଯୋଗାଣକୁ ସାଧାରଣ ରଖିବା ସହ କୌଣସି ବିଘ୍ନ ନ ଘଟିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଇନ୍ଧନ ଅଭାବ କିମ୍ବା ଦର ବୃଦ୍ଧି ସମ୍ପର୍କିତ ଗୁଜବକୁ ସଂପୂର୍ଣ୍ଣ ଭାବେ ଖଣ୍ଡନ କରାଯାଇଛି। ତୈଳ ବିଶୋଧନାଗାରଗୁଡ଼ିକ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟରତ ଥିବାରୁ ଲୋକମାନଙ୍କୁ ଆତଙ୍କିତ ହୋଇ ଜାଳେଣି ସଂଗ୍ରହ ନ କରିବାକୁ ଅନୁରୋଧ କରାଯାଇଛି। ସେହିପରି, କଳାବଜାରୀ ଓ ମହଜୁଦ ରୋକିବା ପାଇଁ ‘ଅତ୍ୟାବଶ୍ୟକ ସାମଗ୍ରୀ ଆଇନ’ ଅନୁସାରେ କଡ଼ା ପଦକ୍ଷେପ ନେବାକୁ ରାଜ୍ୟଗୁଡ଼ିକୁ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସ୍ଥିତିର ନିରନ୍ତର ନଜରଦାରୀ ପାଇଁ ରାଜ୍ୟ ଓ ଜିଲ୍ଲା ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ସକ୍ରିୟ ରଖିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା