ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଡିସେମ୍ବର ୨୪ରେ ବାରବାଟୀରେ ଭାରତ-ଶ୍ରୀଲଙ୍କା ଟି-୨୦ ମ୍ୟାଚ୍

0

କଟକ: ଓଡ଼ିଶାର କ୍ରିକେଟ୍ ପ୍ରେମୀମାନଙ୍କ ପାଇଁ ବଡ଼ ଖୁସିର ଖବର। ଆସନ୍ତା ଡିସେମ୍ବର ୨୪ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚ୍ ଖେଳାଯିବ। ୨୦୨୬-୨୭ ପାଇଁ ବିସିସିଆଇର ଖେଳସୂଚୀ ଅନୁସାରେ, ଶ୍ରୀଲଙ୍କା ଦଳ ଭାରତ ଗସ୍ତରେ ୩ଟି ଟି-୨୦ ଓ ୩ଟି ଏକଦିନିଆ ମ୍ୟାଚ୍ ଖେଳିବ। ଏହାର ଦ୍ୱିତୀୟ ଟି-୨୦ ମ୍ୟାଚ୍ ବାରବାଟୀରେ ଆୟୋଜିତ ହେବ।

ପ୍ରଥମ ମ୍ୟାଚ୍ ରାଜକୋଟରେ ଓ ତୃତୀୟ ମ୍ୟାଚ୍ ପୁଣେରେ ଖେଳାଯିବ। ଦୀର୍ଘ ସମୟ ପରେ ବାରବାଟୀରେ ଏହି ଦୁଇ ଦଳ ମୁହାଁମୁହିଁ ହେବେ। ୨୦୧୭ରେ ଏଠାରେ ଖେଳାଯାଇଥିବା ଶେଷ ମ୍ୟାଚ୍‌ରେ ଭାରତ ୯୩ ରନ୍‌ରେ ଜିତିଥିଲା। ବାରବାଟୀରେ ଏହି ଆନ୍ତର୍ଜାତୀୟ ମ୍ୟାଚ୍ ହେବାକୁ ଯାଉଥିବାରୁ କ୍ରିକେଟ୍ ପ୍ରେମୀମାନଙ୍କ ମଧ୍ୟରେ ଉତ୍ସାହ ବଢ଼ିଛି।

Leave A Reply

Your email address will not be published.