ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପେଟ୍ରୋଲ ପମ୍ପରେ ବିକ୍ରି ହେବ କିରୋସିନ

0

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଓ ଗ୍ୟାସ୍ ସିଲିଣ୍ଡର ସଙ୍କଟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। କିରୋସିନ ବିକ୍ରୟ ଉପରେ ଥିବା ପ୍ରତିବନ୍ଧକୁ ହଟାଇ ଦିଆଯାଇଛି ଏବଂ ଆଗାମୀ ୬୦ ଦିନ ପର୍ଯ୍ୟନ୍ତ ଏହାକୁ ବିକ୍ରି କରିବାକୁ ଅନୁମତି ମିଳିଛି।

ଏହାଫଳରେ ଏବେ ପେଟ୍ରୋଲ ପମ୍ପ ସହିତ ରାସନ ଦୋକାନରେ ମଧ୍ୟ କିରୋସିନ ଉପଲବ୍ଧ ହେବ। କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ମାଧ୍ୟମରେ କିରୋସିନ ଯୋଗାଣ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷକରି ଗ୍ରାମାଞ୍ଚଳରେ ଇନ୍ଧନ ଅଭାବକୁ ଦୂର କରିବା ପାଇଁ ଘରେଘରେ କିରୋସିନ ପହଞ୍ଚାଇବା ଯୋଜନା ରହିଛି। ସରକାରଙ୍କ ଏହି ପଦକ୍ଷେପ ଲୋକମାନଙ୍କୁ ତୁରନ୍ତ ରାହତ ଦେବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.