ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ; ଆଜି ପବିତ୍ର ଉତ୍କଳ ଦିବସ ଅବସରରେ ସାରା ଓଡ଼ିଶାରେ ଉତ୍ସାହ ଓ ଉଲ୍ଲାସର ମାହୋଲ ଦେଖିବାକୁ ମିଳୁଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ଦିନକୁ ଉଦ୍ୟାପନ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡିଆ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ଓଡି଼ଶାବାସୀଙ୍କ ସୁଖ ସମୃଦ୍ଧି ଓ ମଙ୍ଗଳ କାମନା କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଯୋଗେ ଓଡ଼ିଆ ଭାଷାରେ ସନ୍ଦେଶ ଦେଇ କହିଛନ୍ତି ଯେ, ଉତ୍କଳ ଦିବସର ଏହି ବିଶେଷ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା।ସେ ଓଡ଼ିଶାକୁ ସାଂସ୍କୃତିକ ଓ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ବୋଲି ବର୍ଣ୍ଣନା କରିଥିଲେ। ଓଡ଼ିଆ ସଙ୍ଗୀତ, କଳା ଓ ସାହିତ୍ୟ ଭାରତୀୟ ସଂସ୍କୃତିକୁ ବିଭିନ୍ନ ମାର୍ଗରେ ସମୃଦ୍ଧ କରିଥିବା କଥା ସେ ଉଲ୍ଲେଖ କରିଥିଲେ।

ସେହିପରି ଓଡ଼ିଶାର ଲୋକମାନଙ୍କ ଦୃଢ଼ ସଂକଳ୍ପ, ସରଳତା ଓ ସ୍ନେହପୂର୍ଣ୍ଣ ସ୍ୱଭାବକୁ ସ୍ତୁତି କରି ସେ କହିଥିଲେ ଯେ, ରାଜ୍ୟର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଦେଶକୁ ଉଲ୍ଲେଖନୀୟ ଅବଦାନ ଦେଇଆସୁଛନ୍ତି। ଆଗାମୀ ଦିନରେ ଓଡ଼ିଶା ଅଧିକ ପ୍ରଗତି କରି ନୂଆ ଶିଖର ଛୁଇଁବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.