ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ

0

ଭୁବନେଶ୍ବର: ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ଏହି ଅବସରରେ ୭୮ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ।

ପଦକ ପାଇଥିବା ଅଧିକାରୀମାନଙ୍କ ମଧ୍ୟରେ ଅତିରିକ୍ତ ଡିଜି (ନକ୍ସଲ ବିରୋଧୀ ଅଭିଯାନ) ସଂଜୀବ ପଣ୍ଡା, ଅତିରିକ୍ତ ଡିଜି (ମହିଳା ଓ ଶିଶୁ ଅପରାଧ) ଏସ. ସାଇନି, ଆଇଜିପି (ଅପରେସନ) ଡଃ ଦୀପକ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡଃ ସାର୍ଥକ ଷଡଙ୍ଗୀ, ଡିଆଇଜିପି ଅଖିଲେଶ୍ଵର ସିଂ, ଡିସିପି (ଭୁବନେଶ୍ୱର) ଜଗମୋହନ ମୀନା, ଡିସିପି (କଟକ) ଖିଲାରୀ ଋଷିକେଶ ଦ୍ୟାନଦେଓ, ଏସପି ସୁନିଲ କୁମାର ନନ୍ଦ ଓ ଏସପି ଅଶୋକ କୁମାର ଦେହୁରୀଙ୍କ ସମେତ ବିଭିନ୍ନ ବିଭାଗର ଅନେକ ଅଧିକାରୀ ରହିଥିଲେ।

ଏଥିସହିତ, ଭାରତ ସରକାର ଗୃହ ମନ୍ତ୍ରଣାଳୟ ଦ୍ୱାରା ସର୍ବଶ୍ରେଷ୍ଠ ପୋଲିସ ଥାନା ଭାବେ ପୁରସ୍କୃତ ବଡଗଡ ଥାନାର ଇନ୍ସପେକ୍ଟର ବିମଳ କୁମାର କଅଁରଙ୍କୁ ମଧ୍ୟ ଡିଜିପି ପଦକ ପ୍ରଦାନ କରାଯାଇଛି। ଏହି ସମାରୋହରେ ବହୁ ବରିଷ୍ଠ ପୋଲିସ ଅଧିକାରୀ, କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.