ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ମହିଳା ସଂରକ୍ଷଣ ବିଲ୍ ପାଇଁ ସଂସଦର ସ୍ୱତନ୍ତ୍ର ଅଧିବେଶନ

0

ନ୍ୟୁଜ୍ ବ୍ୟୁରୋ: ଦେଶରେ ମହିଳା ସଂରକ୍ଷଣ ବିଲ୍‌କୁ କେନ୍ଦ୍ର କରି ସଂସଦରେ ଏକ ସ୍ୱତନ୍ତ୍ର ଅଧିବେଶନ ବସିବାକୁ ଯାଉଛି। ଏହି ଅଧିବେଶନ ପାଇଁ ୩ ଦିନ ସମୟ ଧାର୍ଯ୍ୟ କରାଯାଇଛି। ଆସନ୍ତା ୧୬ ତାରିଖରୁ ଏହି ଅଧିବେଶନ ଆରମ୍ଭ ହେବ ଏବଂ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ମହିଳା ସଂରକ୍ଷଣ ସଂଶୋଧନ ବିଲ୍‌ ଉପରେ ବିସ୍ତୃତ ଆଲୋଚନା ହେବ। ସରକାର ମହିଳାଙ୍କ ପାଇଁ ଆଇନ ମାଧ୍ୟମରେ ଅଧିକ ରାଜନୈତିକ ପ୍ରତିନିଧିତ୍ୱ ନିଶ୍ଚିତ କରିବା ଲକ୍ଷ୍ୟରେ ଏହି ପଦକ୍ଷେପ ନେଇଛି। ବିଶେଷତଃ ଲୋକସଭା ଓ ବିଧାନସଭାରେ ମହିଳାଙ୍କ ପାଇଁ ଆସନ ସଂରକ୍ଷଣକୁ ନଜରରେ ରଖି ଏହି ବିଲ୍‌ ଆଣାଯାଇଛି। ଏହି ସ୍ୱତନ୍ତ୍ର ଅଧିବେଶନକୁ ନେଇ ରାଜନୈତିକ ମହଳରେ ଚର୍ଚ୍ଚା ବଢ଼ିଛି ଓ ବିଲ୍‌ ପାସ୍‌ ହେବାକୁ ନେଇ ସମସ୍ତଙ୍କ ଦୃଷ୍ଟି ଏବେ ସଂସଦ ଉପରେ ରହିଛି।

Leave A Reply

Your email address will not be published.