ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ସୋଆରେ ଉତ୍କଳ ଦିବସ ପାଳିତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପକ୍ଷରୁ ବୁଧବାର ୯୧ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି। ସୋଆର ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ସ୍ୱତନ୍ତ୍ର ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ସୋଆ ଆନ୍ତର୍ଜାତିକ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଏବଂ ବରିଷ୍ଠ କର୍ମକର୍ତାଗଣ ଯୋଗ ଦେଇ ଉତ୍କଳ ପ୍ରଦେଶ ଗଠନର ମହାନ ବରପୁତ୍ର ମାନଙ୍କର ସ୍ମୃତି ଚାରଣ କରିଥିଲେ।

ଏହି ଅବସରରେ ଉପସ୍ଥିତ ବ୍ୟକ୍ତି ବିଶେଷ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମକୁ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପରିଚାଳନା କରିଥିଲେ।

Leave A Reply

Your email address will not be published.