ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

0

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶାରେ ଚାଲିଥିବା ଜନଗଣନା କାର୍ଯ୍ୟକୁ ସୁଚାରୁ ଭାବେ ସମ୍ପନ୍ନ କରିବା ପାଇଁ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଜନଗଣନା କାର୍ଯ୍ୟ ଶେଷ ହେଉଅ ପର୍ଯ୍ୟନ୍ତ ଏଥିରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ବଦଳି ଉପରେ କଟକଣା ଲଗାଯାଇଛି। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅରବିନ୍ଦ ପାଢ଼ୀ ସମସ୍ତ ବିଭାଗର ସଚିବ, ବିଭାଗୀୟ ମୁଖ୍ୟ, ଜିଲ୍ଲାପାଳ ଓ ମହାନଗର ନିଗମ ଆୟୁକ୍ତଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।

ଜନଗଣନାରେ ନିୟୋଜିତ ମାଷ୍ଟର ଟ୍ରେନର ଓ ଫିଲ୍ଡ ଟ୍ରେନରମାନଙ୍କୁ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ବଦଳି କରାଯିବ ନାହିଁ। ସେପରି ସୁପରଭାଇଜର ଓ ଗଣନାକାରୀମାନଙ୍କ ବଦଳି ପୂର୍ବରୁ ସମ୍ପୃକ୍ତ ଜିଲ୍ଲା ମୁଖ୍ୟ ଜନଗଣନା ଅଧିକାରୀଙ୍କ ଅନୁମତି ଅବଶ୍ୟକ ହେବ। ଏହା ସହ ବିଭାଗୀୟ ଅଧିକାରୀମାନଙ୍କୁ କ୍ଷେତ୍ରସ୍ତରରେ ନିୟୋଜିତ ଜନଗଣନା କର୍ମଚାରୀଙ୍କ ବଦଳି ସମ୍ପର୍କିତ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି। ଅନ୍ୟପଟେ, ଗତକାଲି ଆରମ୍ଭ ହୋଇଥିବା ସ୍ୱ-ଜନଗଣନା ପ୍ରକ୍ରିୟାରେ ପ୍ରାୟ ୧୭ ହଜାର ଲୋକ ଅଂଶଗ୍ରହଣ କରିଥିବା ସୂଚନା ମିଳିଛି।

Leave A Reply

Your email address will not be published.