ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ

0

ପାକିସ୍ତାନ: ପାକିସ୍ତାନର ଖାଇବର ପଖତୁନଖ୍ଵା ପ୍ରଦେଶରେ ଗୁରୁବାର ବିଳମ୍ବିତ ରାତିରେ ଏକ ଭୟଙ୍କର ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ ଘଟିଛି। ଏହି ଆକ୍ରମଣରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ, ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ଶିଶୁ ରହିଛନ୍ତି। ବାନୁ ଜିଲ୍ଲାର ଡୋମେଲ ଅଞ୍ଚଳରେ ଥିବା ଏକ ପୋଲିସ ଷ୍ଟେସନକୁ ଟାର୍ଗେଟ୍ କରି ଆତ୍ମଘାତୀ ଆକ୍ରମଣ କରାଯାଇଥିଲା। ଜଣେ ଆତ୍ମଘାତୀ ଆକ୍ରମଣକାରୀ ବିସ୍ଫୋରକ ଭର୍ତ୍ତି କାର୍‌ଟିକୁ ପୋଲିସ ଷ୍ଟେସନ ସହ ଧକ୍କା ଦେଇଥିବାରୁ ଭୟଙ୍କର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ତୀବ୍ରତା ଏତେ ଅଧିକ ଥିଲା ଯେ ଏହାର ଶବ୍ଦ ଦୂରଦୂରନ୍ତ ପର୍ଯ୍ୟନ୍ତ ଶୁଣାଯାଇଥିଲା ଏବଂ ଆଖପାଖର ଅନେକ ଘର କ୍ଷତିଗ୍ରସ୍ତ ହୋଇଛି। ଏହା ପରେ ସେଠାରେ ଗୁଳି ବିନିମୟ ମଧ୍ୟ ଘଟିଥିବା ସୂଚନା ମିଳିଛି, ଯାହାରେ ପରିସ୍ଥିତି ଅଧିକ ତିବ୍ର ହୋଇଯାଇଥିଲା।

ଏହି ଆକ୍ରମଣରେ ୪ ଜଣ ପୋଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରୁ ୫ଟି ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି। ଆହତ ପୋଲିସ କର୍ମଚାରୀମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଛି ଏବଂ ସୁରକ୍ଷା ବ୍ୟବସ୍ଥା କଠୋର କରାଯାଇଛି।

Leave A Reply

Your email address will not be published.