ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

‘ଆମ ସାଥୀ’ ଚାଟ୍‌ବଟ୍‌ରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ

0

ଭୁବନେଶ୍ବର: ଲୋକସେବା ଭବନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ବିଭାଗୀୟ କାର୍ଯ୍ୟ ସହ ‘ଆମ ସାଥୀ’ ଚାଟ୍‌ବଟ୍‌ର ଉପଯୋଗିତା ଉପରେ ଆଲୋଚନା କରାଯାଇଛି। ଏହି ଅବସରରେ ମନ୍ତ୍ରୀ ହ୍ୱାଟସଆପ୍‌ ମାଧ୍ୟମରେ ଉପଲବ୍ଧ ‘ଆମ ସାଥୀ’ ଚାଟ୍‌ବଟ୍‌କୁ ରାଜସ୍ୱ ସେବା ପ୍ରଦାନ ପାଇଁ ଆହୁରି ସହଜ, ସୁଗମ ଏବଂ ଲୋକାଭିମୁଖୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସାଧାରଣ ଲୋକେ ଯେପରି ସହଜରେ ପ୍ରଶାସନକୁ ନିଜ ସମସ୍ୟା ଜଣାଇ ପାରିବେ ଏବଂ ତ୍ୱରିତ ସହାୟତା ପାଇପାରିବେ, ସେଥିପାଇଁ ଚାଟ୍‌ବଟ୍‌ର କ୍ଷମତା ବୃଦ୍ଧି କରାଯାଉଛି। ଏହା ଦ୍ୱାରା ଜନସାଧାରଣ ହ୍ୱାଟସଆପ୍‌ ମାଧ୍ୟମରେ ନିଜ ଅଭିଯୋଗ ଦାଖଲ କରିପାରିବେ ଏବଂ ତହସିଲଦାର ଓ ସମ୍ପର୍କିତ ଅଧିକାରୀମାନେ ତାହାକୁ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବେ। ଏହା ସହିତ, ସମସ୍ତ ପ୍ରକ୍ରିୟାକୁ ରାଜସ୍ୱ ମନ୍ତ୍ରୀ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନଜରରେ ରଖିବା ପାଇଁ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ପଦକ୍ଷେପ ମାଧ୍ୟମରେ ରାଜ୍ୟରେ ସରକାରୀ ସେବା ପ୍ରଦାନ ପ୍ରକ୍ରିୟାକୁ ଆହୁରି ପ୍ରଭାବଶାଳୀ ଓ ପାରଦର୍ଶୀ କରାଯିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.