ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ

0

୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ

ନୂଆ ଦିଲ୍ଲୀ: ବିଜେପି ଆଗାମୀ ସ୍ୱତନ୍ତ୍ର ସଂସଦ ଅଧିବେଶନକୁ ନେଇ ଏହାର ସମସ୍ତ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଦଳ ଲୋକସଭା ଏବଂ ରାଜ୍ୟସଭାର ସମସ୍ତ ସଦସ୍ୟଙ୍କୁ ୩ ଦିନିଆ ହ୍ୱିପ୍ ଜାରି କରିଛି। ୧୬ ଏପ୍ରିଲରୁ ୧୮ ଏପ୍ରିଲ ପର୍ଯ୍ୟନ୍ତ ସମସ୍ତ ସାଂସଦଙ୍କୁ ସଂସଦରେ ଉପସ୍ଥିତ ରହିବା ବାଧ୍ୟତାମୂଳକ କରାଯାଇଛି। ଏହି ସମୟ ମଧ୍ୟରେ କୌଣସି ସାଂସଦ କିମ୍ବା କେନ୍ଦ୍ରମନ୍ତ୍ରୀଙ୍କୁ ଛୁଟି ଦିଆଯିବ ନାହିଁ ବୋଲି ଦଳ ସ୍ପଷ୍ଟ କରିଛି।ସମସ୍ତ ସଦସ୍ୟଙ୍କୁ ଗୃହରେ ନିୟମିତ ଉପସ୍ଥିତି ସହିତ ସଂସଦୀୟ କାର୍ଯ୍ୟରେ ସକ୍ରିୟ ଅଂଶଗ୍ରହଣ ନିଶ୍ଚିତ କରିବାକୁ କୁହାଯାଇଛି।
ମହିଳା ସଂରକ୍ଷଣ ସଂଶୋଧନ ବିଲ୍ ଉପରେ ଆଲୋଚନା ପାଇଁ ଏହି ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି। ଏହି ଐତିହାସିକ ବିଲ୍‌ ଉପରେ ବ୍ୟାପକ ବିତର୍କ ଓ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ହେଉଛି ସରକାରଙ୍କ ଲକ୍ଷ୍ୟ।

Leave A Reply

Your email address will not be published.