ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି

0

ଭୁବନେଶ୍ଵର: ଜନଗଣନା କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏନେଇ ବୈଠକ ଡାକି ସୁରକ୍ଷା ପାଇଁ ଏକ ଏସ୍‌ଓପି ପ୍ରସ୍ତୁତି ଉପରେ ଆଲୋଚନା କରିଛନ୍ତି। ଘରେ ଘରେ ଯାଇ ଜନଗଣନା କରିବା ଏକ ଚ୍ୟାଲେଞ୍ଜ ଥିବା ସହ ତୀବ୍ର ଗ୍ରୀଷ୍ମପ୍ରବାହ ପରିସ୍ଥିତିକୁ ଆହୁରି କଠିନ କରିଛି।

ଏହାରି ମଧ୍ୟରେ କିଛି କର୍ମଚାରୀ ଅସୁସ୍ଥ ହେବା ସହ ହିଟ୍‌ ଷ୍ଟ୍ରୋକ ଓ ଦୁର୍ଘଟଣା ଘଟିଥିବା ଖବର ମିଳିଛି। ସୋନପୁର ଜିଲ୍ଲାରେ ଜଣେ କର୍ମଚାରୀଙ୍କ ହୃଦଘାତରେ ମୃତ୍ୟୁ ଘଟିଥିବା ବେଳେ କିଛି ସ୍ଥାନରେ ଅଧିକାରୀଙ୍କ ଉପରେ ଆକ୍ରମଣ ମଧ୍ୟ ହୋଇଛି। କାମାକ୍ଷାନଗରର ମହିମାନଗରରେ ଜନଗଣନା କାମକୁ ଯାଇଥିବା କର୍ମଚାରୀଙ୍କୁ ଆକ୍ରମଣ କରାଯାଇଥିବାରୁ ୪ଜଣ ଆହତ ହୋଇଛନ୍ତି, ଯାହାମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛନ୍ତି। ଆକ୍ରମଣକାରୀମାନେ ମାଡ଼ମାରିବା ସହ ଗାଡ଼ି ଭାଙ୍ଗିଦେଇଥିବା ଅଭିଯୋଗ ହୋଇଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଅଟକ ରଖି ତଦନ୍ତ କରୁଛି।

ସରକାର ପକ୍ଷରୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନା କାର୍ଯ୍ୟ ମେ ୧୫ ପର୍ଯ୍ୟନ୍ତ ଚାଲିବ। ସରକାର କହିଛନ୍ତି, କର୍ମଚାରୀଙ୍କ ସୁରକ୍ଷା ସହ କୌଣସି ସମ୍ମୋତି ହେବ ନାହିଁ ଏବଂ ଆକ୍ରମଣକାରୀଙ୍କୁ କଠୋର କାର୍ଯ୍ୟାନୁଷ୍ଠାନ ହେବ।

Leave A Reply

Your email address will not be published.