ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ପଶ୍ଚିମବଙ୍ଗରେ ବିଧାୟକ ଦଳ ନେତା ବାଛିବେ ଶାହ ଓ ମୋହନ ମାଝୀ

0

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଓ ଆସାମରେ ବିଜେପିର ବିପୁଳ ବିଜୟ ପରେ ସରକାର ଗଠନ ପ୍ରକ୍ରିୟା ଜୋରଦାର ହୋଇଛି। ବିଧାୟକ ଦଳର ନେତା ଚୟନ ପାଇଁ ବିଜେପି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ପଶ୍ଚିମବଙ୍ଗ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବାବେଳେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ଏହି ଦୁଇ ନେତା ବଙ୍ଗରେ ମୁଖ୍ୟମନ୍ତ୍ରୀ ଚୟନ ଓ ସରକାର ଗଠନ ପ୍ରକ୍ରିୟାର ତଦାରଖ କରିବେ।ଏହାସହ ଆସାମ ପାଇଁ କେନ୍ଦ୍ର ମନ୍ତ୍ରୀ ଓ ବିଜେପିର ବରିଷ୍ଠ ନେତା ଜେପି ନଡ୍ଡାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି।

ସୂଚନା ଅନୁସାରେ, ପଶ୍ଚିମବଙ୍ଗର ୨୯୪ଟି ଆସନରୁ ବିଜେପି ୨୦୭ଟି ଆସନ ଜିତି ବିପୁଳ ଜୟ ହାସଲ କରିଛି, ଯାହା ଦଳ ପାଇଁ ଏକ ଐତିହାସିକ ସଫଳତା ବୋଲି ମନାଯାଉଛି।

Leave A Reply

Your email address will not be published.